ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତି ପାଳିତ

ସଇଁନ୍ତଲା,ଏନ୍‌ଏନ୍‌ଏସ୍‌: ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ କୁଇକେଡ଼ା ପଞ୍ଚାୟତର ରେଙ୍ଗାଲୀ ଉଚ୍ଚ ବିଦ୍ୟାଳୟରେ ନେତାଜୀ ସୁବାସ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ କୁଳମଣୀ ଯୋଶୀଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ସମାଜସେବୀ ସାମୁଏଲ ନନ୍ଦ ଓ ସମ୍ମାନିତ ଅତିଥିଭାବେ ସ୍କୁଲ ପରିଚାଳନା କମିଟିର ସଦସ୍ୟ ଈଶ୍ୱର ହରପାଲ ଯୋଗଦେଇ ୨ ସ୍ୱାଧୀନତା ସଂଗ୍ରାମୀଙ୍କ ଜୀବନ ଉପରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ଶିକ୍ଷକ ପ୍ରଫୁଲ୍ଲ ସାହୁ, ଶରତ ଚନ୍ଦ୍ର ରାଉତ, କୌତୁକ ପଟେଲ, ସତ୍ୟବାସ ପଟେଲ, ଦିଲ୍ଲୀପ ରଣା, ତୀରେନ୍ଦ୍ର ପ୍ରଧାନ, ଛାତ୍ରୀ ପ୍ରୀତି ସ୍ୱାଇଁ ଓ ଜସ୍ମିନ ନାଗ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।