ଭୁବନେଶ୍ୱର,ଏନ୍ଏନ୍ଏସ୍: ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ ଓ ତାଙ୍କ ପୁଅ ଶିଶିର ଗମାଙ୍ଗ ବିଜେପି ଛାଡ଼ିଛନ୍ତି । ଉଭୟ ବାପପୁଅ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି। ଏନେଇ ସାମ୍ବାଦିକ ସମ୍ମିଳନୀରେ ଗିରିଧର ଓ ଶିଶିର ସୂଚନା ପ୍ରଦାନ କରିଛନ୍ତି । ଦକ୍ଷିଣ ଓଡ଼ିଶାର ଜଣେ ନେତାଙ୍କ ପ୍ରୋରଚନାରେ ଉଭୟଙ୍କୁ ଦଳରେ ଅଣଦେଖା କରାଯାଉଥିବା ନେଇ ଶିଶିର କହିଛନ୍ତି ।
ସୂଚନାଯୋଗ୍ୟ, ଗିରିଧର ଗମାଙ୍ଗ ୨୦୧୫ରେ କଂଗ୍ରେସ ଛାଡ଼ି ବିଜେପିରେ ସାମିଲ ହୋଇଥିଲେ ।