ବେଲଗାଁରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଶୁଣାଣୀ ଶିବିର

ସଇଁନ୍ତଲା,ଏନ୍‌ଏନ୍‌ଏସ୍‌: ବଲାଙ୍ଗୀର ଜିଲ୍ଲା ସଇଁନ୍ତଲା ବ୍ଲକ ବେଲଗାଁ କଲ୍ୟାଣ ମଣ୍ଡପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ନିତିନ କୁଶଳକର, ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ସୁଶାନ୍ତ ସିଂ ଓ ଟିଟିଲାଗଡ଼ ଉପଜିଲ୍ଲାପାଳ ଦୟାମୟ ପାଢ଼ୀ ଯୋଗଦେଇ ଲୋକଙ୍କ ବିଭିନ୍ନ ସମସ୍ୟା ବୁଝି ସମାଧାନ କରିଥିଲେ । ଏହି ସମୟରେ ଟିଟିଲାଗଡ଼ ଏସଡିପିଓ ଅଙ୍କିତା କୁମ୍ଭାର, ସହକାରୀ ଅତିରିକ୍ତ ଜିଲ୍ଲାପାଳ ଦିବାକର ବାଗ, ଜିଲ୍ଲା ଶିକ୍ଷାଧିକାରୀ ଧ୍ରୁବ ଚରଣ ବେହେରା, ସଇନ୍ତଲା ବିଡ଼ିଓ ଚନ୍ଦ୍ରମଣି ନାଗ, ତହସିଲଦାର ମାନସ ଫିଲ କେରକେଟା, ଡିଏସଓ ନବକୃଷ୍ଣ ସାହୁ, ଏସଆରଏ ସିଗ୍ଧାରାଣୀ ତ୍ରିପାଠୀ, ବ୍ଲକ ଶିକ୍ଷାଧିକାରୀ ଗୋବର୍ଦ୍ଧନ ଭୋଇ, ଜିପିଇଓ ପଦ୍ମକାନ୍ତ ପାଣିଗ୍ରାହୀ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଗ୍ରାମ ମିଶ୍ର ଓ ସେକ୍ସନ ଅଫିସର ଗଣେଶରାମ ବେହେରାଙ୍କ ସମେତ ଜିଲ୍ଲା ପଦାଧିକାରୀମାନେ ଉପସ୍ଥିତ ଥିଲେ ।