Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ବାଲିଗୁଡ଼ାରେ ବନ ବିଭାଗ ତରଫରୁ ଇକୋ ପାର୍କ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ବାଲିଗୁଡ଼ାରେ ବନ ବିଭାଗ ତରଫରୁ ଇକୋ ପାର୍କ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

ବାଲିଗୁଡ଼ା,ଏନ୍‌ଏନ୍‌ଏସ୍‌: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନଏସି ୪ନଂ. ୱାର୍ଡର ଗୋଇବନ୍ଧା ଡ୍ୟାମ୍ ନିକଟରେ ସାଂସଦ ପ୍ରତିନିଧି ଟୁନା ଦାସ ଓ ବିଧାୟକ ଚକ୍ରମଣୀ କହଁରଙ୍କ ଦ୍ୱାରା ଇକୋ ପାର୍କ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । କନ୍ଧମାଳ ଜିଲ୍ଲାରେ ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ ଥିବାବେଳେ ଏହାର ବିକାଶ କାର୍ଯ୍ୟ ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି । ବର୍ତ୍ତମାନ ବାଲିଗୁଡ଼ା ଏନଏସିରେ ଥିବା ପର୍ଯ୍ୟଟନ ସ୍ଥଳୀର ବିକାଶ ପାଇଁ ରାଜ୍ୟ ସରକାର ଅନୁଦାନ ଦେଇଛନ୍ତି । ଏହି ଇକୋ ପାର୍କ ନିର୍ମାଣ ହେବାପରେ ଏଠାକୁ ମଧ୍ୟ ବହୁ ସଂଖ୍ୟାରେ ପର୍ଯ୍ୟଟକ ଆସିବେ ଏବଂ ଏଠାକାର ପ୍ରାକୃତିକ ସୌନ୍ଦର୍ଯ୍ୟର ଉପଭୋଗ କରିବେ ବୋଲି ଉପସ୍ଥିତ ସାଂସଦ ପ୍ରତିନିଧି, ବିଧାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଓ ଏନଏସି ଅଧ୍ୟକ୍ଷ କହିଛନ୍ତି । ଏହାର ନିର୍ମାଣ ଦାୟିତ୍ୱ ବାଲିଗୁଡ଼ା ବନ ବିଭାଗ ନେଇଥିବାବେଳେ ଇକୋ ପାର୍କ ନିକଟସ୍ଥ ଡ୍ୟାମରେ ବୋଟିଂର ବ୍ୟବସ୍ଥା ମଧ୍ୟ କରାଯିବ ବୋଲି ବାଲିଗୁଡ଼ା ଡିଏଫଓ ବିଶ୍ୱରାଜ ପଣ୍ଡା କହିଛନ୍ତି । ଏହି କାର୍ଯ୍ୟକ୍ରମରେ ବାଲିଗୁଡ଼ା ସାଂସଦ ପ୍ରତିନିଧି ଟୁନା ଦାସ, ବିଧାୟକ ଚକ୍ରମଣି କହଁର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ, ଏନଏସି ଅଧ୍ୟକ୍ଷ ଗୋବିନ୍ଦ ପ୍ରଧାନ, ବିଧାୟକ ପ୍ରତିନିଧି ଅବନୀକାନ୍ତ ନାୟକ, ପୂର୍ବତନ ଏନଏସି ଅଧ୍ୟକ୍ଷ ଲୋକନାଥ ପାଢ଼ୀଙ୍କ ସମେତ ବିଭିନ୍ନ ୱାର୍ଡର କାଉନସିଲର ଓ ସ୍ଥାନୀୟ ଲୋକେ ସାମିଲ ହୋଇଥିଲେ । ଅନ୍ୟପଟେ ବାଲିଗୁଡ଼ା ବନଖଣ୍ଡ ଅଧିକାରୀ ବିଶ୍ୱରାଜ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବାବେଳେ ବନାଞ୍ଚଳ ଅଧିକାରୀ ଉଦିତ୍ ପ୍ରଧାନ ସମସ୍ତ ପ୍ରସ୍ତୁତିର ଅନୁଧ୍ୟାନ କରିଥିଲେ । ଫରେଷ୍ଟର ମାନସ କୁମାର ସାହୁ, ଗିରିଶ ସାହୁ, ମନୋରଞ୍ଜନ ପରିଛା, ପ୍ରିୟଙ୍କା କହଁର, ବନରକ୍ଷୀ ସୁଜାତା ସାହୁ, ପାର୍ବତୀ ମଲ୍ଲିକ, ସୁନିତା ପାଣ୍ଡେ, ସତ୍ୟ ନାରାୟଣ ମହାନ୍ତି ଓ ସ୍ନେହାସ୍ କହଁରଙ୍କ ସମେତ ଅନ୍ୟ କର୍ମଚାରୀମାନେ ଉପସ୍ଥିତ ରହି ସମସ୍ତ କାର୍ଯ୍ୟରେ ସହଯୋଗ କରିଥିଲେ ।