ଫିରିଙ୍ଗିଆ,ଏନ୍ଏନ୍ଏସ୍: ଓଡ଼ିଶାର ପ୍ରତ୍ୟେକ ବିଦ୍ୟାଳୟରେ ସ୍ଥାୟୀ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବୀରେ ଆଜି ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡେରସନ ଫର ଦିବ୍ୟାଙ୍ଗ(ଓଏସ୍ଇଏଫଡ଼ି) କନ୍ଧମାଳ ଜିଲ୍ଲା ଶାଖା ପକ୍ଷରୁ ଫିରିଙ୍ଗିଆ ବ୍ଲକର ବିଡିଓଙ୍କ ଜରିଆରେ ମୁଖ୍ୟ ଶାସନ ସଚିବଙ୍କୁ ଦାବୀପତ୍ର ପ୍ରଦାନ କରାଯାଇଛି । ଏହି ସମୟରେ ଜିଲ୍ଲାର ଦିପ୍ତିମୟୀ ପରିଡ଼ା, ଆୟୁଷ୍ମାନ ଚୌଧୁରୀ, ଲକ୍ଷ୍ମୀକାନ୍ତ ବେହେରା ଓ ଦୀପକ ଦିଗଲ ଉପସ୍ଥିତ ଥିଲେ । ଜଣେ ଦିବ୍ୟାଙ୍ଗ ବିଦ୍ୟାର୍ଥୀର ମଧ୍ୟ ଏକ ସାଧାରଣ ବିଦ୍ୟାର୍ଥୀ ପରି ସମାନ ଶିକ୍ଷା ପାଇବାର ଅଧିକାର ରହିଛି । ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି ଯଥାଶୀଘ୍ର ବାହାର କରିବା ପାଇଁ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ବିନମ୍ର ନିବେଦନ କରାଯିବା ସହ ଏହାଦ୍ୱାରା ଦିବ୍ୟାଙ୍ଗ ବିଦ୍ୟାର୍ଥୀମାନେ ଉତ୍ତମ ଶିକ୍ଷା ପାଇ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇପାରିବେ ବୋଲି କୁହାଯାଇଛି । ଏହାସହ ଓଡ଼ିଶାରେ ୬ ହଜାରରୁ ଊର୍ଦ୍ଧ୍ୱ ଆଶାୟୀ ସ୍ୱତନ୍ତ୍ର ଶିକ୍ଷକ ଶିକ୍ଷୟତ୍ରୀ ଉପକୃତ ହୋଇପାରିବେ ।