ରାମନାଗୁଡ଼ା,ଏନ୍ଏନ୍ଏସ୍: ରାୟଗଡ଼ା ଜିଲ୍ଲା ରାମନାଗୁଡ଼ାରେ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଦଭାବନା ଗୃହରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ରବି ନାରାୟଣ ତ୍ରିପାଠୀ, ଗୁଣୁପୁର ଉପଜିଲ୍ଲାପାଳ ଲଳିତ କୁମାର କହଁର, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଲାଲମୋହନ ରାଉତରାୟ, ଡେପୁଟି କଲେକ୍ଟର ଅନ୍ୱେଷା ଦାଶ ଓ ଗୁଣୁପୁର ଏସଡିପିଓ ବିକାଶ ବେହୁରା ପ୍ରମୁଖ ମଞ୍ଚାସୀନ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବସନ୍ତ ପ୍ରଧାନ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଯାଜ୍ଞସେନୀ ବେହେରା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଭାତୀ ଝୋଡ଼ିଆ, ତହସିଲଦାର ନିର୍ମଳ ଚନ୍ଦ୍ର ସାହୁ, ରାମନାଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭାରପ୍ରାପ୍ତ ଚିକିତ୍ସାଧିକାରୀ ସୌରଭ ମହାପାତ୍ର, ଥାନାଧିକାରୀ ସୁନିତା ବେହେରା, ଯୋଗାଣ ନିରୀକ୍ଷକ ସିପ୍ରା ସାମଲ, ବିପିଏମ ଯସ୍ମିନ ମୁଟିକା, ରାମନାଗୁଡ଼ା ବନଖଣ୍ଡ ଅଧିକାରୀ ନରେନ୍ଦ୍ର ଗମାଙ୍ଗ, ସହକାରୀ ନିର୍ବାହୀ ଯନ୍ତ୍ରୀ ରାକେଶ କୁମାର ସାହୁ ଓ ସହକାରୀ ଯନ୍ତ୍ରୀ ପ୍ରତାପ କୁମାର ମିଶ୍ର ସମେତ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡ଼ିକର ଶୁଣାଣୀ କରିଥିଲେ । ଏଥିରେ ୨୬ଟି ଅଭିଯୋଗ ପଞ୍ଜିକରଣ କରାଯାଇଥିଲା । ସେଥିମଧ୍ୟରୁ ୧୮ଟି ବ୍ୟକ୍ତିଗତ ଓ ୮ଟି ସାମୁହିକ ଅଭିଯୋଗ ରହିଥିଲା । ଏହି କାର୍ଯ୍ୟକ୍ରମରେରେ ଜିଲ୍ଲାପାଳ ଅନୁପସ୍ଥିତ ଥିବାରୁ ଅଭିଯୋଗର ସମାଧାନ ହୋଇନପାରିବାରୁ ଅଭିଯୋଗକାରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା । ସେହିପରି ଏହି ଶୁଣାଣିରେ ଅର୍ଥରାଶି ପ୍ରଦାନ କରାଯାଇନଥିଲା । ଉକ୍ତ କାର୍ଯ୍ୟକ୍ରମରେ ରାମନାଗୁଡ଼ା ଥାନାଧିକାରୀ ସୁଶ୍ରୀ ସୁନିତା ବେହେରା କର୍ମଚାରୀଙ୍କ ସହ ଉପସ୍ଥିତ ରହି ଶାନ୍ତି ଶୃଙ୍ଖଳା ରକ୍ଷା କରିଥିଲେ ।