ଭୁବନେଶ୍ୱର,ଏନ୍ଏନ୍ଏସ୍: ଚଳିତ ବର୍ଷ ବଜେଟରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅନେକ ନୂଆ ଯୋଜନା ଘୋଷଣା କରିଛନ୍ତି । ଏଥିରେ ୨୪ଟି ନୂଆ ଯୋଜନାକୁ ସାମିଲ କରାଯାଇଛି । ସେଥିମଧ୍ୟରୁ ଶିକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୁରସ୍କାର ପାଇଁ ୧୩୯ କୋଟି ଟଙ୍କା, ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ପାଇଁ ୧୨୦ କୋଟି ଟଙ୍କା, ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର କଲ୍ୟାଣ ପାଣ୍ଠି ପାଇଁ ୫୦ କୋଟି ଟଙ୍କା, ମୁଖ୍ୟମନ୍ତ୍ରୀ ପାୱାର ଡେଭଲପମେଣ୍ଟ କାର୍ଯ୍ୟକ୍ରମ ପାଇଁ ୧୪୪୬ କୋଟି ଟଙ୍କା, ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା ପାଇଁ ୨୫୦ କୋଟି ଟଙ୍କା ଓ ଆମ ହସ୍ପିଟାଲ ଯୋଜନା ବାବଦକୁ ୭୫୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି ।