ଫିରିଙ୍ଗିଆ,ଏନ୍ଏନ୍ଏସ୍: ଫିରିଙ୍ଗିଆ ପୁଲିସ ୧୨୦ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି । ଅଭିଯୁକ୍ତମାନେ ହେଲେ ରଞ୍ଜିତ ଦିଗାଲ୍, କାମ ଦେବ୍ ଦିଗାଲ ଓ ସନ୍ନ୍ୟାସୀ ଦିଗାଲ । ଏହାସହ ୨ଟି ବାଇକ ମଧ୍ୟ ଜବତ କରିଥିବା ଜଣାପଡ଼ିଛି । ମିଳିଥିବା ରିପୋର୍ଟ ମୁତାବକ, ଫିରିଙ୍ଗିଆ ପୁଲିସ କୌଣସି ସୂତ୍ରରୁ ଗଞ୍ଜେଇ ଚାଲାଣ ହେଉଥିବା ସୂଚନା ପାଇବା ପରେ ଫିରିଙ୍ଗିଆ ଥାନା ଅନ୍ତର୍ଗତ ପାଙ୍ଗା ଉପର ସାହି ପଞ୍ଚାୟତ ନିକଟରେ ଥିବା ବ୍ରିଜରେ ଜଗି ରହିଥିଲା । ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ବାଇକକୁ ଅଟକାଇ ଯାଞ୍ଚ କରିବାରୁ ଗଞ୍ଜେଇ ଚାଲାଣ ହେଉଥିବା ଜଣା ପଡ଼ିଥିଲା । ଏନେଇ ଫିରିଙ୍ଗିଆ ଥାନାରେ ଏକ ମାମଲା ରୁଜୁ କରି ୩ ଜଣ ଗଞ୍ଜେଇ ଚାଲାଣକାରୀଙ୍କୁ କୋର୍ଟ ଚାଲାଣ କରାଯାଇଥିବା ନେଇ ଫିରିଙ୍ଗିଆ ଥାନାଧିକାରୀ ତପନ କୁମାର ନାହାକ ସୂଚନା ଦେଇଛନ୍ତି ।