ଭୁବନେଶ୍ୱର,ଏନ୍ଏନ୍ଏସ୍: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଖଣ୍ଡଗିରି ଥାନାରେ ଶ୍ରଦ୍ଧାଞ୍ଜଳି ମାମଲାରେ ଜଗବନ୍ଧୁଙ୍କୁ ଜାମିନ ମିଳିଛି । ୩ଟି ମାମଲାରୁ ମାତ୍ର ଗୋଟିଏ ମାମଲାରେ ସର୍ତ୍ତମୂଳକ ଜାମିନ ମିଳିଥିବା ନେଇ ସୂଚନା ମିଳିଛି । ବର୍ତ୍ତମାନ ଜଗବନ୍ଧୁଙ୍କ ନାଁରେ ନୟାପଲ୍ଲୀ ଥାନା ମାମଲା ଓ ଇଡି ମାମଲା ମଧ୍ୟ ରହିଛି ।