କୌଣସି ବି ପ୍ରଶ୍ନପତ୍ର ଲିକ୍ ହୋଇନି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ମେଟ୍ରିକ ପ୍ରଶ୍ନପତ୍ର ଲିକ ପ୍ରସଙ୍ଗରେ ବିରୋଧୀଙ୍କ ହୋ ହଲ୍ଲା ପରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ କରିବା ପରେ ଗଣଶିକ୍ଷା ମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି ଯେ, କୌଣସି ବି ପ୍ରଶ୍ନପତ୍ର ଲିକ୍ ହୋଇନି । ଏହା ମୁଦ୍ରଣ ଜନିତ ତ୍ରୁଟି ବୋଲି ପୂର୍ବରୁ ବୋର୍ଡ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା । ଛାତ୍ରଛାତ୍ରୀ କି ଅଭିଭାବକ ବ୍ୟସ୍ତ ହେବା ଦରକାର ନାହିଁ । ମାର୍କିଂ ସମୟରେ ପିଲାଙ୍କ ସ୍ୱାର୍ଥକୁ ଦେଖାଯିବ । ଅନ୍ୟପଟେ ଆଜି ଯେଉଁ ସକାଳ ୭ଟା ୨୦ରେ ପୁରୀ ଜିଲ୍ଲାରେ ପ୍ରଶ୍ନପତ୍ର ଲିକ ହୋଇଥିବା କଥା ବିରୋଧୀ କହୁଛନ୍ତି ସେ ତଥ୍ୟ ଆମ ପାଖରେ ନାହିଁ । ଏନେଇ ବୋର୍ଡ ସଭାପତି, ପୁରୀ ଜିଲ୍ଲା ଶିକ୍ଷାଧିକାରୀ, ପୁରୀ ଜିଲ୍ଲାପାଳଙ୍କ ସହ କଥା ହୋଇଛି । ପ୍ରଶ୍ନପତ୍ର ଲିକ୍ ନେଇ ସାମାନ୍ୟତମ ସତ୍ୟତା ନାହିଁ ।