Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ପୂରଣ ହେବ ଖାଲି ପଡ଼ିଥିବା ପଦବୀ, ରାଜ୍ୟରେ ଦୂର ହେବ ଶିକ୍ଷକ ସମସ୍ୟା- ଗଣଶିକ୍ଷା ମନ୍ତ୍ରୀ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ପୂରଣ ହେବ ଖାଲି ପଡ଼ିଥିବା ପଦବୀ, ରାଜ୍ୟରେ ଦୂର ହେବ ଶିକ୍ଷକ ସମସ୍ୟା- ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,ଏନ୍‌ଏନ୍ଏସ୍: ରାଜ୍ୟରେ ଖାଲି ପଡ଼ିଥିବା ଶିକ୍ଷକ ପଦବୀକୁ ନେଇ ଗୃହରେ ଉତ୍ତର ରଖିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ରାଜ୍ୟରେ ଖାଲି ପଡିଥିବା ଶିକ୍ଷକ ପଦବୀ ଖୁବଶୀଘ୍ର ହେବ ପୂରଣ । ପିଜିଟି ଶିକ୍ଷକ ଓ ଅନୁଦାନପ୍ରାପ୍ତ ଶିକ୍ଷକ ନିଯୁକ୍ତି ପାଇଁ ସରାକରଙ୍କ ଉଚ୍ଚସ୍ତରୀୟ ବୈଠକ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶାସନ ସଚିବ ଅଶ୍ୱଥି ଏସ୍‌.ଙ୍କ ଅଧ୍ୟକ୍ଷତା ବସିଥିଲା ବୈଠକ । ତେବେ ରାଜ୍ୟରେ ବେସରକାରୀ ଅନୁଦାନପ୍ରାପ୍ତ ୨୨୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଖାଲିଥିବା ୫୫୫ ଜଣ ପିଜିଟି ଶିକ୍ଷକ ନିଯୁକ୍ତି ନିମନ୍ତେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି ।

ଏହି ବୈଠକରେ ରାଜ୍ୟର ଓଏସଏସସି ଆୟୋଗର ଅଧ୍ୟକ୍ଷ ପ୍ରଫେସର ଦକ୍ଷପ୍ରସାଦ ନନ୍ଦ, ସମ୍ପାଦକ ଡକ୍ଟର ମଧୁସୂଦନ ମିଶ୍ର, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରଘୁରାମ ଆର୍‌. ଆୟାର, ସ୍ୱତନ୍ତ୍ର ଶାସନ ସଚିବ ଶୁଭଶ୍ରୀ ନନ୍ଦ, ଉପନିର୍ଦ୍ଦେଶକ ଡ. ଭାଗୀରଥି କାଣ୍ଡିଙ୍କ ସମେତ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବରିଷ୍ଠ ପଦାଧିକାରୀ ବୃନ୍ଦ ଉପସ୍ଥିତ ରହିଥିଲେ। ଏହି ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ରାଜ୍ୟ ପ୍ରବରଣ ଆୟୋଗ ତରଫରୁ ଖୁବ୍‌ଶୀଘ୍ର ବିଜ୍ଞାପନ ପ୍ରକାଶ ପାଇବ ବୋଲି ସୂଚନା ରହିଛି ।

ଅନ୍ୟପଟେ ୨୦୬୪ ପୂର୍ଣ୍ଣ ଅନୁଦାନପ୍ରାପ୍ତ ଶିକ୍ଷକ ନିଯୁକ୍ତିକୁ ନେଇ ମଧ୍ୟ ଏକ ଉଚ୍ଚସ୍ତରୀୟ ଆଲୋଚନା କରାଯାଇଥିଲା । ପୂର୍ଣ୍ଣ ଅନୁଦାନପ୍ରାପ୍ତ ୬୯୧ଟି ଉଚ୍ଚ ବିଦ୍ୟାଳୟମାନଙ୍କରେ ମୋଟ ୨୦୬୪ଟି ଶିକ୍ଷକ ପଦବୀ ଖାଲି ପଡିଛି । ତୁରନ୍ତ ନିଯୁକ୍ତି ନିମନ୍ତେ ଏକ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ରାଜ୍ୟ ପ୍ରବରଣ ଆୟୋଗ ତରଫରୁ ଖୁବ୍‌ଶୀଘ୍ର ବିଜ୍ଞାପନ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି।