ଭବାନୀପାଟଣା,ଏନ୍ଏନ୍ଏସ୍: ଜୁନାଗଡ଼ ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସଚିନ ପାୱାର, ଉପଜିଲ୍ଲାପାଳ, ଧର୍ମଗଡ଼ ଶ୍ରୀ ବେଦଭୂଷଣ, ଜୁନାଗଡ଼ ବିଡିଓ ଓ ତହସିଲଦାରଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏଥିରେ ମୋଟ ୭୧ଜଣ ଆବେଦନକାରୀ ନିଜର ଅଭିଯୋଗପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୪୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୧୮ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।