କ୍ରିଷ୍ଣା ପଟେଲଙ୍କୁ ପଦ୍ମଶ୍ରୀ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଲୋକପ୍ରିୟ କଣ୍ଠଶିଳ୍ପୀ କ୍ରିଷ୍ଣା ପଟେଲ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଛନ୍ତି । କଳା କ୍ଷେତ୍ରରେ ତାଙ୍କର ଅନନ୍ୟ ଅବଦାନ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଛନ୍ତି । ସେହିପରି ସାହିତ୍ୟ ଓ ଶିକ୍ଷା ପାଇଁ ଓଡ଼ିଶାର ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ପଦ୍ମଶ୍ରୀରେ ସମ୍ମାନିତ କରାଯାଇଛି । ଏହାସହ କୃଷି ପାଇଁ ପଟ୍ଟାୟତ ସାହୁ ମଧ୍ୟ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଛନ୍ତି ।