ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ଅଧ୍ୟକ୍ଷତାରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସହିତ ଉତ୍ତରାଞ୍ଚଳ ଡିଆଇଜି ବ୍ରିଜେଶ ରାୟ, ଝାରସୁଗୁଡ଼ା ଜିଲ୍ଲାପାଳ ଆବୋଲି ସୁନୀଲ ନାରଭାଣେ ଓ ଝାରସୁଗୁଡ଼ା ଏସପି ପରମାର ସ୍ମିତ ପୁରୁଷୋତ୍ତମ ଦାସଙ୍କ ସମେତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଉପନିର୍ବାଚନକୁ କପରି ଭାବେ ସୁରୁଖୁରୁରେ ସମ୍ପାଦନ କରାଯିବ ସେନେଇ ଆଲୋଚନା କରାଯାଇଥିଲା । ବିଶେଷ ଭାବେ ପ୍ରଚାରରେ ଅଶୋଭନୀୟ, ନିର୍ବାଚନୀ ସମୟରେ ବେଆଇନ ଅର୍ଥ କାରବାର ରୋକିବା ଓଭୋଟ ଗ୍ରହଣ ସମୟରେ ସୁରକ୍ଷା ବ୍ୟବସ୍ଥା ଉପରେ ବସ୍ତୃତ ଭାବେ ଆଲୋଚନା କରାଯାଇଥିଲା ।