ଆମ୍ବେଦକର ଜୟନ୍ତୀ ଉପଲକ୍ଷେ ଏସସି ମୋର୍ଚ୍ଚା ପକ୍ଷରୁ ଫଳ ବଣ୍ଟନ

ଦେବଗଡ଼,ଏନ୍‌ଏନ୍‌ଏସ୍‌: ମହାନ ଜନନାୟକ ସମ୍ବିଧାନ ପ୍ରଣେତା ଡା. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୨ତମ ଜୟନ୍ତୀ ଉପଲକ୍ଷେ ଦେବଗଡ଼ ବିଜେପି ଅନୁସୂଚିତ ଜାତି ମୋର୍ଚ୍ଚା ପକ୍ଷରୁ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଫଳ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ବିଜେପି ଏସସି ମୋର୍ଚ୍ଚା ଅଧ୍ୟକ୍ଷ ତଥା ପୌର ଉପାଧ୍ୟକ୍ଷ ପ୍ରଜିତ କୁମାର ଭୋଜଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଆଜି ମୋର୍ଚ୍ଚାର ବହୁ ମହିଳା ଓ ପୁରୁଷ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ବିଭିନ୍ନ ୱାର୍ଡରେ ବୁଲି ରୋଗୀ ଓ ସମ୍ପର୍କୀୟଙ୍କୁ ଫଳ ବାଣ୍ଟିବା ସହ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସାବିତ୍ରୀ ଭୋଜ, କାଉନସିଲର ସରୋଜିନୀ ମୁଣ୍ଡା, ଇତିଶ୍ରୀ ମିଶ୍ର, ଏସସି ମୋର୍ଚ୍ଚା ସମ୍ପାଦକ ଦେବାନନ୍ଦ ନାୟକ, ମକାର୍ଧ୍ୱଜ ହସ୍ତୀ, ପଙ୍କଜ ପାତ୍ରଙ୍କ ସମେତ ବହୁ ଦଳୀୟ ପଦାଧିକାରୀ ଓ କର୍ମୀ ସାମିଲ ଥିଲେ ।