ଦେବଗଡ଼,ଏନ୍ଏନ୍ଏସ୍: ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକ ପରିସରରେ ନୂତନ ମିଶନ ଶକ୍ତି ଭବନର ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଏହି ନବନିର୍ମିତ ମିଶନ ଶକ୍ତି ଭବନକୁ ଫିତାକାଟି ଉଦଘାଟନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ପୁଷ୍ପାଞ୍ଜଳି ପାତ୍ର ଓ ଓଡ଼ିଶା ଜୀବିକା ମିଶନର ଜିଲ୍ଲା ପରିଚାଳିକା ସ୍ମରଣିକା ମହାପାତ୍ରଙ୍କ ସମେତ ବ୍ଲକସ୍ତରୀୟ ବହୁ ଅଧିକାରୀ ଉପସ୍ଥିତ ଥିଲେ ।