କାଲିଠୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ରାଜ୍ୟରେ ଆସନ୍ତାକାଲିଠାରୁ ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଏହିକ୍ରମେ ପ୍ରଥମରୁ ଦ୍ୱାଦଶ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ବନ୍ଦ ରହିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ପରବର୍ତ୍ତୀ ସମୟରେ ବୈଠକ କରି ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ପ୍ରଥମ ପର୍ଯ୍ୟାୟରେ ଗ୍ରୀଷ୍ମ ପ୍ରବାହ ଯୋଗୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏପ୍ରିଲ ୧୧ ତାରିଖରେ ୧୬ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଥିଲେ । ପରବର୍ତ୍ତୀ ସମୟରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଏପ୍ରିଲ ୧୯ ଓ ୨୦ ତାରିଖ ଛୁଟି ଘୋଷଣା କରିଥିଲେ ।