ଗ୍ରୀଷ୍ମକାଳୀନ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ରାଜ୍ୟରେ ଗ୍ରୀଷ୍ମକାଳୀନ ବାତ୍ୟାର ମୁକାବିଲା ପାଇଁ କାଲି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେବ । ଲୋକସେବା ଭବନରେ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ହେବ । ଖରାଦିନେ ବାତ୍ୟା ତାଣ୍ଡବ ସୃଷ୍ଟି କରୁଥିବାରୁ ପ୍ରସ୍ତୁତି ବୈଠକ କରାଯିବ । ଉକ୍ତ ବୈଠକରେ ବାତ୍ୟା ସୂଚନା, ଓଡ୍ରାଫ୍‌,ଏନଡିଆରଏଫ ଓ ଅଗ୍ନିଶମର ପ୍ରସ୍ତୁତି ନେଇ ଆଲୋଚନା ହେବ ବୋଲି ଜଣାପଡ଼ିଛି ।