ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟର ୩ ନୂଆ ମନ୍ତ୍ରୀ ଆଜି ଶପଥ ଗ୍ରହଣ କରିଛନ୍ତି । ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନୂଆ ମନ୍ତ୍ରୀ ଭାବେ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବହୁ ବରିଷ୍ଠ ନେତା ଓ ମନ୍ତ୍ରୀ ଉପସ୍ଥିତ ଥିଲେ ।
ସୂଚନାଯୋଗ୍ୟ, ମେ’ ୧୨ ତାରିଖରେ ବିକ୍ରମ କେଶରୀ ଆରୁଖଙ୍କ ସମେତ ସମୀର ରଞ୍ଜନ ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ । ପରେ କିଏ ମନ୍ତ୍ରୀ ହେବ ସେନେଇ ଚର୍ଚ୍ଚା ଜୋର ଧରିଥିବାବେଳେ ଗତକାଲି ୩ ନୂଆ ମନ୍ତ୍ରୀଙ୍କ ନାଁ ଉପରୁ ପରଦା ଉଠିଥିଲା ।