୨୪ ଘଣ୍ଟାରେ ଓଡ଼ିଶାରେ ମୌସୁମୀ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବା ନେଇ ପୂର୍ବାନୁମାନ କରାଯାଇଛି । ରାଜ୍ୟର କିଛି ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି । କାଲି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ । ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୩ ଓ ୨୪ରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ ଆର ବିଶ୍ୱାସ ସୂଚନା ପ୍ରଦାନ କରିଛନ୍ତି ।