ବାଲେଶ୍ୱର,ଏନ୍ଏନ୍ଏସ୍: ୫ଟି ଉପକ୍ରମରେ ବାହାନଗା ହାଇସ୍କୁଲର ପୁନଃନିର୍ମାଣ ହେବ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨କୋଟି ୪୯ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ସଚିବ ଭିକେ ପାଣ୍ଡିଆନ ମଧ୍ୟ ବାହାନଗା ହାଇସ୍କୁଲ ଛାତ୍ରଛାତ୍ରୀ, ଅଭିଭାବକ, ଶିକ୍ଷକ, ଶିକ୍ଷୟିତ୍ରୀ, ଲୋକପ୍ରତିନିଧି ଓ ପରିଚାଳନା କମିଟି ତଥା ଜିଲ୍ଲାପାଳଙ୍କ ସହ ଆଲୋଚନା କରି ମତାମତ ନେଇଛନ୍ତି ।