ଭୁବନେଶ୍ୱର,ଏନ୍ଏନ୍ଏସ୍: ପୂର୍ବତନ ଗୁଣପୁର ବିଧାୟକ ରାମମୂର୍ତ୍ତି ଗମାଙ୍ଗ ପତ୍ନୀ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ୧୧ଜଣ ସାକ୍ଷୀ ଓ ୧୫ଟି ଦସ୍ତାବିଜ ଆଧାରରେ ଭୁବନେଶ୍ୱର ସ୍ପେଶାଲ କୋର୍ଟ ରାମମୂର୍ତ୍ତିଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ।
ସୂଚନାଯୋଗ୍ୟ, ୧୯୯୫ରେ ରାମମୂର୍ତ୍ତିଙ୍କ ପତ୍ନୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା । ଖାରବେଳ ନଗରସ୍ଥିତ ଘରୁ ପତ୍ନୀଙ୍କ ପୋଡ଼ା ମୃତଦେହ ମିଳିଥିଲା । ପୁଲିସ ପ୍ରଥମେ ୟୁଡି ଓ ପରେ ହତ୍ୟା ମାମଲା ରୁଜୁ କରିଥିଲା ।