ସୁଡ୍ରା ଅଞ୍ଚଳରେ ମାଓବାଦୀ ପୋଷ୍ଟର

ବାଲିଗୁଡ଼ା,ଏନ୍‌ଏନ୍‌ଏସ୍‌: କନ୍ଧମାଳ ଜିଲ୍ଲାରେ ପୁଣିଥରେ ମାଓ ପୋଷ୍ଟର ଲାଗିଛି । ବାଲିଗୁଡ଼ା ଥାନା ସୁଡ୍ରା ନିକଟ କାମ୍ବରିକିଆ ଛକରେ କେକେବିଏନ ଡିଭିଜିନାଲ କମିଟି ସିପିଆଇ ମାଓବାଦୀ ତରଫରୁ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି । ପୁଲିସର ଦମନ ଓ ମିଥ୍ୟା ଏନକାଉଣ୍ଟର ବିରୋଧରେ ରବିବାର କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଓ ନୟାଗଡ଼ରେ୧୨ ଘଣ୍ଟିଆ ବନ୍ଦ ଡାକରା ନେଇ ପୋଷ୍ଟରରେ ଉଲ୍ଲେଖ କରାଯାଇଛି ।