ସଇଁନ୍ତଲା,ଏନ୍ଏନ୍ଏସ୍: ସଇଁନ୍ତଲା ବ୍ଲକ କୁଇକେଡ଼ା ପଞ୍ଚାୟତ ରେଙ୍ଗାଲି ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି । ସ୍କୁଲର ପ୍ରଧାନଶିକ୍ଷକ କୁଳମଣି ଯୋଶୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ଗୁଣସାଗର ମାଝୀ ଯୋଗ ଦେଇଥିବାବେଳେ ମୁଖ୍ୟବକ୍ତା ଭାବେ ପ୍ରକୃତି ବନ୍ଧୁ ବିକି ଜି ନାଗ, ସମ୍ମାନିତ ଅତିଥିଭାବେ ସ୍କୁଲ ପରିଚାଳନା କମିଟି ସଭାପତି ପ୍ରଶାନ୍ତ ବାଗ, ସମାଜସେବୀ ଶାମୁଏଲ ନନ୍ଦ ଓ ଯୁବ ସାମ୍ବାଦିକ ଅଜିତ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରଥମେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଅତିଥିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ପରେ ଅତିଥିମାନେ ବୃକ୍ଷ ରୋପଣ, ଏହାର ଉପକାରିତା ଓ ଛାତ୍ରଛାତ୍ରୀ କିପରି ଯତ୍ନ ନେବେ ସେସମ୍ପର୍କରେ ଅତିଥିମାନେ ମତବ୍ୟକ୍ତ କରିଥିଲେ । ଏହି ଅବସରରେ ପରିବେଶ ସମ୍ବର୍ଦ୍ଧିତ ଏକ ଚିତ୍ରାଙ୍କନ ଓ ରଚନା ପ୍ରତିଯୋଗିତା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ସହ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଶିକ୍ଷକ କୌତୁକ ପଟେଲ ମଞ୍ଚ ପରିଚାଳନା କରିଥିବାବେଳେ ଶିକ୍ଷକ ତିରେନ୍ଦ୍ର ପଧାନ, ସତ୍ୟବାସ ପଟେଲ, ରଧାଗୋଗୋବିନ୍ଦ ନାୟକ, ପ୍ରଫୁଲ୍ଲ ସାହୁ, ଦିଲ୍ଲୀପ ରଣା, ବିରଞ୍ଚି ପଟେଲ, ଜଗତ ପଟେଲ ଓ ଶରତ ପାଣିଗ୍ରାହୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଶିକ୍ଷକ ଶରତ ଚନ୍ଦ୍ର ରାଉତ ଧନ୍ୟବାଦ ଦେଇଥିଲେ ।