ନବରଙ୍ଗପୁର,ଏନ୍ଏନ୍ଏସ୍: ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରାଙ୍ଗଣରେ ‘ଶିଶୁ ଯତ୍ନ, ଶିଶୁ ସୁରକ୍ଷା ଓ ଶିକ୍ଷା ଅଧିକାର ଆଇନ’କୁ ନେଇ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ ସଂଜୀବ ଦୁବେଙ୍କ ନିର୍ଦ୍ଦେଶକ୍ରମେ ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଜନକ ରାଉତ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଶିଶୁ ସୁରକ୍ଷା ଆଇନ ବିଷୟରେ ଆଲୋକପାତ କରିଥିଲେ । ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ରେଶମ ଲାଲ ନାୟକ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଅଧିକାର ଆଇନ, ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ଶିଶୁ ସୁରକ୍ଷା ସମିତି ପ୍ରଭାସିନୀ ପଟ୍ଟନାୟକ ଶିଶୁ ସୁରକ୍ଷା ଆଇନ ବିଷୟରେ ବୁଝାଇଥିଲେ । ଅନ୍ୟ ଅତିଥିରୂପେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନବରଙ୍ଗପୁରର ପ୍ରଧାନଶିକ୍ଷକ ରାଜେନ୍ଦ୍ର ପ୍ରସାଦ ମହାପାତ୍ର ଯୋଗ ଦେଇଥିଲେ । ଜିଲ୍ଲା ଆଈନ ସେବା ପ୍ରାଧିକରଣ ନବରଙ୍ଗପୁର ପରିଚାଳନାରେ ଆୟୋଜିତ କାର୍ଯ୍ୟକ୍ରମକୁ ଶିକ୍ଷକ ହୀରାଧର ମାଝୀ ଧନ୍ୟବାଦ ଦେଇଥିଲେ ।