ଭାଲୁ ଆକ୍ରମଣରେ ଜଣେ ଗୁରୁତର

କଳାହାଣ୍ଡି,ଏନ୍ଏନ୍ଏସ୍: କଳାହାଣ୍ଡି ଜିଲ୍ଲା ଗୋଳାମୁଣ୍ଡା ବ୍ଲକର ଡ଼ୁଙ୍ଗରିଗୁଡ଼ା ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ବ୍ୟକ୍ତ ଜଣଙ୍କ ସକାଳେ ନିଜ ଚାଷ ଜମିକୁ ଯାଇଥିବାବେଳେ ସେଠାରେ ଏକ ଭାଲୁ ତାଙ୍କ ଉପରକୁ ଆକ୍ରମଣ କରିଥିଲା।

ଏହା ଦେଖି ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ। ଏଥିରେ ସେ ଗୁରୁତର ଆହତ ହୋଇଥିଲେ। ପରେ ତାଙ୍କୁ ଧର୍ମଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।