ରାମଚନ୍ଦ୍ରପୁର ଆଶ୍ରମ ବିଦ୍ୟାଳୟରେ ୮ ଛାତ୍ରୀ ଅସୁସ୍ଥ; ହସ୍ପିଟାଲରେ ଭର୍ତ୍ତି

ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ରାମଚନ୍ଦ୍ରପୁର ଆଶ୍ରମ ବିଦ୍ୟାଳୟ ରେ ପୁଣି ୮ ଛାତ୍ରୀ ଝାଡା ବାନ୍ତି ରେ ଆକ୍ରାନ୍ତ ହୋଇ ଅସୁସ୍ଥ ତିନି ଜଣ ଛାତ୍ରୀଙ୍କ ଅଵସ୍ଥା ଗୁରୁତର ହେବାରୁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି।

ଗତ କାଲି ଜଣେ ପଞ୍ଚମ ଶ୍ରେଣୀର ଛାତ୍ରୀ ତପସ୍ୱିନୀ ହେମ୍ବ୍ରମ ଙ୍କ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା ବିଦ୍ୟାଳୟ ପରିସର ଅସ୍ୱାସ୍ଥକର ଥିବା ସହିତ ବାସୀ ଖାଦ୍ୟ ଯୋଗୁ ସେବାଶ୍ରମ ର ଛାତ୍ରୀ ଅସୁସ୍ଥ ହୋଇଥିବା ଅଭିଯୋଗ ହୋଇଛି।