ଦେବଗଡ଼,ଏନ୍ଏନ୍ଏସ୍: ବାରକୋଟ ଥାନା ଅନ୍ତର୍ଗତ ଖୁଲୁଣ୍ଡିପାଣି ଗ୍ରାମ ଦେଇ ଯାଇଥିବା ୨୩ନଂ ଜାତୀୟ ରାଜପଥରେ ଶୁକ୍ରବାର ସକାଳେ ଏକ ଦୁର୍ଘଟଣା ଘଟିଯାଇଛି। ଆଜି ସକାଳ ସାଢ଼େ ଆଠଟା ସମୟରେ ଏକ ଯାତ୍ରୀବାହୀ ବସ ଓ ମାଲ ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ସମୟରେ ବସରେ ଥିବା ଯାତ୍ରୀମାନଙ୍କ ମଧ୍ୟରେ ୩୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୦ଜଣ ଗୁରୁତର ମଧ୍ୟ ଅଛନ୍ତି।
