ମକର ସଂକ୍ରାନ୍ତି ପାଇଁ ସରକାରୀ ଛୁଟି

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆସନ୍ତା ମକର ସଂକ୍ରାନ୍ତି ପାଇଁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ଆସନ୍ତା ୧୫ତାରିଖ ଦିନ ମକର ସଂକ୍ରାନ୍ତି ପାଇଁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ଶିକ୍ଷାନୁଷ୍ଠାନଗୁଡିକ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଛୁଟି ପାଇଁ ଅନୁମତି ପ୍ରଦାନ କରିବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି।