Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
କଟକ ସହରର ଅଧିକ ସୌନ୍ଦର୍ଯ୍ୟକରଣ କରାଯିବ: ପ୍ରତାପ ଜେନା – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

କଟକ ସହରର ଅଧିକ ସୌନ୍ଦର୍ଯ୍ୟକରଣ କରାଯିବ: ପ୍ରତାପ ଜେନା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ପୂର୍ବାହ୍ନରେ ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ କଟକ ସହରର ସୌନ୍ଦର୍ଯ୍ୟକରଣ ପାଇଁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ କଟକର ମୁଖ୍ୟ ରାସ୍ତାଗୁଡ଼ିକ ଯଥା- ମଧୁପାଟଣା ଠାରୁ ବାଦାମବାଡ଼ି ରାସ୍ତା, କଟକ ରେଲୱେ ଷ୍ଟେସନ୍‌ ଠାରୁ ରେଭେନ୍ସା କଲେଜ, ମଙ୍ଗଳାବାଗ୍‌ ରୋଡ୍‌, ଜୋବ୍ରା ରୋଡ୍‌  ଓ ସତୀଚଉରା ରୋଡ୍‌ ଗୁଡ଼ିକର ପ୍ରଶସ୍ତୀକରଣ ଓ ଉନ୍ନତୀକରଣ କାର୍ଯ୍ୟ ସହିତ ବୃକ୍ଷରୋପଣ, ଆଲୋକୀକରଣ, ପରିମଳ ବ୍ୟବସ୍ଥା ଉପରେ ଆଲୋଚନା କରାଯାଇଥିଲା।

ଏହି କାର୍ଯ୍ୟଗୁଡ଼ିକୁ ଅତ୍ୟାଧୁନିକ ପଦ୍ଧତିରେ କରି ସହରକୁ ସ୍ମାର୍ଟ ସିଟି କରିବା ଉପରେ ମନ୍ତ୍ରୀ ଶ୍ରୀ ଜେନା ଗୁରୁତ୍ୱାରୋପ କରିଛନ୍ତି। ଏଥି ସହିତ କଟକ ସହରରେ ସପିଙ୍ଗ୍ ପ୍ଲାଜା, ବିବାହ ମଣ୍ଡପ ଇତ୍ୟାଦି ନିର୍ମାଣ ସମ୍ପର୍କରେ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଏହି ବୈଠକରେ କଟକ ଜିଲ୍ଲାପାଳ ଶ୍ରୀ ଭବାନୀ ଶଙ୍କର ଚଇନି, କଟକ ମହାନଗର ନିଗମ କମିସନର ଅନନ୍ୟା ଦାସ, ନିର୍ବାହୀ ଅଧିକାରୀ ରମେଶ କୁମାର ମହାନ୍ତି, ପୂର୍ବତନ କର୍ପୋରେଟର ରଞ୍ଜନ କୁମାର ବିଶ୍ୱାଳ, ସିଡିଏର ଆଇନ ଅଧିକାରୀ ଜ୍ଞାନଚନ୍ଦ୍ର ପ୍ରସାଦ ସାମଲ, ମହମ୍ମଦ ଏ ଅଲ୍ଲୀ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।