ନୂଆଦିଲ୍ଲୀ,ଏଜେନ୍ସି: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ଆଉ ୩ଦିନ ଥିବା ବେଳେ ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ ପାଇଁ ଟ୍ରଷ୍ଟ ଗଠନକୁ କ୍ୟାବିନେଟ ବୈଠକରେ ମଞ୍ଜୁରୀ ମିଳିଛି। ଏ ନେଇ ବୁଧବାର ଲୋକସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏ ସମ୍ପର୍କରେ ଘୋଷଣା କରିଛନ୍ତି। ଟ୍ରଷ୍ଟର ନାମ ‘ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର’ ରଖାଯାଇଛି।
