ରାଜଧାନୀରେ ଯୁବକଙ୍କୁ ଗୋଡାଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀରରେ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ଗୋ‌ଡେଇ ଗୋଡ଼େଇ ହାଣିବା ଘଟଣାଟି ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ରାଜଧାନୀର ହାର୍ଟଥ୍ରୋବ ସହିଦନଗରରେ ଘଟିଛି ଏଭଳି ଅଭାବନୀୟ ଘଟଣା। ବିଳମ୍ୱିତ ରାତିରେ ୩୦ରୁ ଊର୍ଦ୍ଧ୍ୱ ଦୁର୍ବୃତ୍ତ ଯୁବକ ଜଣକୁ ବିଚ ରାସ୍ତାରେ ଗୋଡେଇ ଗୋଡେଇ ହାଣିଛନ୍ତି।

ସମସ୍ତଙ୍କ ସାମ୍ନାରେ ଏପରି ଆତଙ୍କରାଜ ଚାଲିଥିବାବେଳେ ଭୟରେ କେହି ବଞ୍ଚାଇବାକୁ ଆସିନଥିଲେ। ଖବରପାଇ ସହିଦନଗର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରି ଗୁରୁତର ଅବସ୍ଥାରେ ହସପିଟାଲରେ ଭର୍ତ୍ତି କରିଥିଲେ। ସିସିଟିଭି ଫୁଟେଜ ଆଧାରରେ ପୁଲିସ ତଦନ୍ତ ଜାରି ରହିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏପରି ଘଟଣା ଘଟିଥିବା ସନ୍ଦେହ କରାଯାଉଛି।