ଶ୍ରମିକମାନଙ୍କ ହକ୍ ପାଇଁ କାମ କରୁଛି ଏବଂ କରି ଚାଲିବି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍ : ଶ୍ରମିକମାନଙ୍କ ହକ୍ ପାଇଁ ମୁଁ କାମ କରୁଛି ଏବଂ କରି ଚାଲିବି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ସ୍ଥାନୀୟ ସ୍ୱାଧିନତା ସଂଗ୍ରାମ ପଡ଼ିଆରେ ଶ୍ରମିକ ଏବଂ ଇଏସଆଇ ବିଭାଗ ପକ୍ଷରୁ ଆୟୋଜିତ ନିର୍ମାଣ ଶ୍ରମିକ ସପ୍ତାହ ପାଳନ ଉଦଘାଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶ୍ରମିକମାନେ ହେଉଛନ୍ତି ଦେଶର ପ୍ରକୃତ ନିର୍ମାତା। ଦେଶ ପାଇଁ ସେମାନଙ୍କ ତ୍ୟାଗ ଅତୁଳନୀୟ। ତେଣୁ ସେମାନଙ୍କ ସାମାଜିକ ସୁରକ୍ଷା ଆମ ସମସ୍ତଙ୍କର ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟ ସରକାର ଶ୍ରମିକ କଲ୍ୟାଣ କ୍ଷେତ୍ରରେ ଏକ ଆଗୁଆ ରାଜ୍ୟ। ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡରେ ପ୍ରାୟ ୩୦ଲକ୍ଷ ଶ୍ରମିକ ପଞ୍ଜୀକୃତ ହେଉଥିବାବେଳେ ସେମାନଙ୍କ କଲ୍ୟାଣ ପାଇଁ ୧୫୦୦ କୋଟିରୁ ଅଧିକ ଟଙ୍କାର ସହାୟତା ଦିଆଯାଇଛି। ୨୨ହଜାର ଶ୍ରମିକଙ୍କୁ ପକ୍କା ଘର ଯୋଗାଇ ଦିଆଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫ଜଣ ହିତାଧିକାରୀଙ୍କୁ ନିର୍ମାଣ ଶ୍ରମିକ କଲ୍ୟାଣ ସହାୟତା ରାଶି ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ ମନ୍ତ୍ରୀ ସୁଶାନ୍ତ ସିଂହ, ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷ ସୁବାସ ସି. ଅତିରିକ୍ତ ମୁଖ୍ର ଶାସନ ସଚିବ ଡ. ମୋନା ଶର୍ମା ଏବଂ ଶ୍ରମ ନିର୍ଦ୍ଦେଶକ ଶ୍ରୀ ନାୟକ ପ୍ରମୁଖ ଉଦବୋଧନ ଦେଇ ଶ୍ରମିକମାନଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଥିଲେ ।