ପାରିବାରିକ କଳହକୁ ନେଇ ବେକରେ ରଶି ଲଗାଇ ଆତ୍ମହତ୍ୟା କଲେ ଯୁବକ

ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ପାଟଣା ଥାନା ବନବୀର ଗ୍ରାମର ପଦ୍ମଲୋଚନ ମହାନ୍ତଙ୍କ ପୁଅ କାଳୀଚରଣ ମହାନ୍ତ (୨୨) ବେକରେ ରାଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସୂଚନା ଅନୁସାରେ ଗତକାଲି ତାଙ୍କର ନିଜ ପରିବାର ସହ କୌଣସି କାରଣକୁ ନେଇ କଳହ ହୋଇଥିଲା। ତେବେ ପାରିବାରିକ କଳହ ଯୋଗୁଁ ସେ ଆତ୍ମହତ୍ୟା କରିଥିବା ଜଣାଯାଉଛି। ଏ ନେଇ ସେ ବେକରେ ରଶି ଲଗାଇ ସେ ଆତ୍ମହତ୍ୟା କରିଛନ୍ତି।

ପରିବାର ଲୋକେ ତାଙ୍କୁ ଉଦ୍ଧାର କରି କରଞ୍ଜିଆ ଉପଖଣ୍ଡ ଚକିତ୍ସାଳୟକୁ ନେଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ  ପାଟଣା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।