ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ଵର,ଏନ୍ଏନ୍ଏସ୍: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ୧୧ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ସେଥିମଧ୍ୟରୁ ୬ ଜିଲ୍ଲାରେ କୁଆ ପଥର ବର୍ଷାର ଆକଳନ କରାଯାଇଛି।

ତେବେ ଓଡିଶାରେ ବର୍ତ୍ତମାନ ୩୦ରୁ ୩୫ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ମାଲକାନଗିରିରେ ୩୫ ଡିଗ୍ରୀ ରହିଛି। ସେହିପରି ସୁନ୍ଦରଗଡରେ ୧୪ ଡିଗ୍ରୀ ରହିଛି। ତେବେ ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ୧୧ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।