ଆଗୁଆ ମିଳିବ ୪ ମାସର ଭତ୍ତା

ଭୁବନେଶ୍ୱର,ଏନ୍ଏନ୍ଏସ୍ : ଏଥର ଆଗୁଆ ମିଳିବ ୪ ମାସର ଭତ୍ତା । ୪୮ ଲକ୍ଷ ହିତାଧିକାରୀଙ୍କୁ ମିଳିବ ଆଗୁଆ ଭତ୍ତା । ଏପ୍ରିଲ, ମେ, ଜୁନ ଓ ଜୁଲାଇ ମାସର ଭତ୍ତା ହିତାଧିକାରୀଙ୍କୁ ପ୍ରଦାନ କରିବେ ରାଜ୍ୟ ସରକାର । ମଧୁବାବୁ ପେନସନ ଯୋଜନାରେ ୨୪ ଲକ୍ଷ ହିତାଧିକାରୀଙ୍କୁ ମିଳିବ ଆଗୁଆ ଭତ୍ତା । ଏନଏସଏପି ମାଧ୍ୟମରେ ୨୪ ଲକ୍ଷ ହିତାଧିକାରୀଙ୍କୁ ଭତ୍ତା ମିଳିବ । ଏନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ମନ୍ତ୍ରୀ ଅଶୋକ ପଣ୍ଡା ସୂଚନା ଦେଇଛନ୍ତି । ସାମାଜିକ ସୁରକ୍ଷା ବ୍ୟବସ୍ଥାରେ ହିତାଧିକାରୀଙ୍କୁ ୪ ମାସର ଭତ୍ତା ଆଗୁଆ ଦିଆଯିବ । ଯାହାଦ୍ୱାରା ରାଜ୍ୟର ୪୮ ଲକ୍ଷ ହିତାଧିକାରୀ ଉପକୃତ ହେବେ । ଏପ୍ରିଲ, ମେ , ଜୁନ ଓ ଜୁଲାଇ ମାସର ଭତ୍ତା ମାର୍ଚ୍ଚ ଶେଷ ସୁଦ୍ଧା ବଣ୍ଟାଯିବା ନେଇ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ବିଭାଗ ମନ୍ତ୍ରୀ ଅଶୋକ ପଣ୍ଡା ।