ଭାରସାମ୍ୟ ହରାଇ ଓଲଟିଲା ଆମ୍ବୁଲାନ୍ସ

ବାଲେଶ୍ଵର,ଏନ୍ଏନ୍ଏସ୍: ଭାରସାମ୍ୟ ହରାଇ ଓଲଟିଲା ଆମ୍ବୁଲାନ୍ସ। ଗତକାଲି ବିଳମ୍ଵିତ ରାତ୍ରିରେ ବାଲେଶ୍ଵର ଜିଲ୍ଲା ସୋର ଅଞ୍ଚଳରୁ ଔପଦା ଅଭିମୁଖେ ଆସୁଥିବା ଏକ ୧୦୮ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ତେବେ ଦୁର୍ଘଟଣାରେ କୌଣସି ଜୀବନ ହାନି ହୋଇନଥିବା ସୂଚନା ମିଳିଛି।

ସୂଚନା ଅନୁଯାୟୀ ସୋର ଅଞ୍ଚଳରୁ ଔପଦା ଅଭିମୁଖେ ଆସୁଥିବା ଏକ ୧୦୮ ଆମ୍ବୁଲାନ୍ସ ଔପଦା ୟୁକୋ ବ୍ୟାଙ୍କ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଦୁର୍ଘଟଣା ସମୟରେ ଆମ୍ବୁଲାନ୍ସରେ କୌଣସି ରୋଗୀ ନଥିବା ବେଳେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଛନ୍ତି।