ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଗୋଟିଏ ଦିନର ଦରମା ପ୍ରଦାନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟର କୋଭିଡ୍‌-୧୯ ସ୍ଥିତିର ମୁକାବିଲା କରିବା ପାଇଁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ବୈଜ୍ଞାନିକ ଓ କର୍ମଚାରୀମାନେ ସେମାନଙ୍କର ଗୋଟିଏ ଦିନର ଦରମା ୧୯ ଲକ୍ଷ ୮ ହଜାର ୩୯୧ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ପ୍ରଦାନ କରିଛନ୍ତି। ଆଜି ପୂର୍ବାହ୍ଣରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳ ପତି ଡ. ପବନ କୁମାର ଅଗ୍ରଓ୍ୱାଲ୍‌ କୃଷି ଭବନଠାରେ ଏହି ଅର୍ଥରାଶିର ଏକ ବ୍ୟାଙ୍କ ଡ୍ରାଫ୍ଟ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି। ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ ଉପସ୍ଥିତ ଥିଲେ।