ଭୁବନେଶ୍ୱର,ଏନ୍ଏନ୍ଏସ୍ : ରାଜ୍ୟରେ ଆଉ ଦୁଇ କରୋନା ରୋଗୀ ଚିହ୍ନଟ। ଆକ୍ରାନ୍ତ ଦୁଇ ଜଣ କେନ୍ଦୁଝର ଜିଲ୍ଲାର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୯କୁ ଛୁଇଁଛି। ଏ ନେଇ ଜିଲ୍ଲାପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
ସୂଚନାଯୋଗ୍ୟ, ଆଜି ସକାଳେ ୨୩ଜଣ କରୋନା ରୋଗୀ ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ ବାଲେଶ୍ୱରରୁ ସର୍ବାଧିକ ୧୫, ଗଞ୍ଜାମ ଓ ଯାଜପୁର ଜିଲ୍ଲାରୁ ୩ ଜଣ ଲେଖାଏଁ ଏବଂ ପୁରୀ ଓ ବୌଦ୍ଧରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିଲେ।
ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୯କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୧୧୬ଜଣ ସୁସ୍ଥ ହୋଇଛନ୍ତି। ୩ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୩୨୦ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।