ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ପୁଣି ୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ରେ ପହଞ୍ଚିଛି।
ଏହି ୬୫ ଜଣଙ୍କ ମଧ୍ୟରେ ଯାଜପୁରରୁ ସର୍ବାଧିକ ୩୧ ଜଣ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମରୁ ୧୩ ଜଣ, କଟକରୁ ୬ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, ପୁରୀରୁ ୪ ଜଣ, ଖୋର୍ଦ୍ଧାରୁ ୩ ଜଣ, ମୟୁରଭଞ୍ଜରୁ ୨ ଜଣ ଓ ନୟାଗଡ଼ରୁ ୨ ଜଣ ଚିହ୍ନଟ ହୋଇଛନ୍ତି।
ଏଥିସହ ବର୍ତ୍ତମାନ ରାଜ୍ୟରେ ୫୬୮ଟି ଆକ୍ଟିଭ କେସ୍ ରହିଥିବା ବେଳେ ୧୬୬ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
