ଭୁବନେଶ୍ୱର,ଏନ୍ଏନ୍ଏସ୍: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଭାରତରତ୍ନ ପୂର୍ବତନ ପ୍ରଧାନମନ୍ତ୍ରୀ, ସ୍ୱର୍ଗତଃ ରାଜୀବ ଗାନ୍ଧୀଙ୍କ ୨୯ତମ ବଳିଦାନ ଦିବସ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ରାଜୀବଭବନ ଠାରେ ରାଜୀବ ଗାନ୍ଧୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ କଂଗ୍ରେସ ଭବନ ପରିସରରେ ରାଜୀବ ଗାନ୍ଧୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ସମସ୍ତ ନେତୃବୃନ୍ଦ ସ୍ୱର୍ଗତଃ ଗାନ୍ଧୀଙ୍କୁ ଏକ ମହାମାନବୀୟ ଚିନ୍ତାଧାରାର ଜ୍ୱଳନ୍ତ ଉଦାହରଣ କହି ନିଜ ନିଜର ଶ୍ରଦ୍ଧାସୁମନ ଜ୍ଞାପନ କରିଥିଲେ।
