ଭୁବନେଶ୍ୱରରୁ ପୁଣି ୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରୁ ଆଜି ଆଉ ୪ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହି ୪ଟି କେସ୍ ଭୁବନେଶ୍ୱର ମ୍ୟୁନିସିପାଲିଟି ଅଞ୍ଚଳର ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ କଳିଙ୍ଗ ବିହାର ଅଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଯିଏକି ହୋମ୍ କ୍ୱାରେଣ୍ଟାଇନରେ ଥିଲେ।

ସେହିପରି ଅନ୍ୟ ୩ଟି କେସ୍‌ ସାଧାରଣରୁ ଆସିଛି। ଏ ନେଇ ଆଜି ବିଏମସି ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରେ ଜଣେ ଜଣେ ଭୁବନେଶ୍ୱର ଏମ୍‌ସର କର୍ମଚାରୀ ବୋଲି ଜଣାପଡ଼ିଛି। ସେହିପରି ଆଇଗିଣିଆ ଓ ଡୁମୁଡୁମାରୁ ଜଣେ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି ବୋଲି ଟୁଇଟ୍‌ କରି ସୂଚନା ଦେଇଛନ୍ତି ଭୁବନେଶ୍ବର ମହାନଗର ନିଗମ। ଏଥିସହିତ ସେମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି।