ଜୁନ୍ ୩୦ ପର୍ଯ୍ୟନ୍ତ ଦିନ ୨ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ସଟଡାଉନ ଘୋଷଣା କଲେ ଖୋର୍ଦ୍ଧା ଜିଲ୍ଲାପାଳ

ଖୋର୍ଦ୍ଧା,ଏନ୍ଏନ୍ଏସ୍: ଖୋର୍ଦ୍ଧାରେ କରୋନା ସଂକ୍ରମଣ ରୋକିବା ପାଇଁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ବଡ ପଦକ୍ଷେପ ନିଆଯାଇଛି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ସବଡିଭିଜନରେ ଜୁନ୍ ୩୦ ପର୍ଯ୍ୟନ୍ତ ଦିନ ୨ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ସଟଡାଉନ ରହିବ।

ଏହି ସମୟରେ ଔଷଧ ଦୋକାନ, ପେଟ୍ରୋଲ ପମ୍ପକୁ ଖୋଲାରହିବା ପାଇଁ ଅନୁମତି ଦିଆଯାଇଥିବା ବେଳେ ଅନ୍ୟ ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଜିଲ୍ଲାପାଳ ସିତାଂଶୁ କୁମାର ରାଉତ ସୂଚନା ଦେଇଛନ୍ତି।