ଭୁବନେଶ୍ୱର,ଏନ୍ଏନ୍ଏସ୍: କୋଭିଡ ପରିସ୍ଥିତିରେ ଦାୟିତ୍ୱ ଗ୍ରହଣ କରିଛନ୍ତି ନୂଆ ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ଶ୍ରୀ ମିଶ୍ର ଦାୟିତ୍ୱ ଗ୍ରହଣ କରିବା ପରେ ଆଇସିଏମଆର ନୂତନ ଗାଇଡଲାଇନ ଅନୁସାରେ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି ବୋଲି କହିଛନ୍ତି। ଘରକୁ ଘର ବୁଲି ଆଶା ଓ ଅଙ୍ଗନବାଡି କର୍ମୀମାନେ ସର୍ଭେ କରୁଛନ୍ତି। ଅଧିକ ଟେଷ୍ଟ ହେଲେ ଅଧିକ ସଂକ୍ରମଣ ଚିହ୍ନଟ ହେଉଥିବା ଅଞ୍ଚଳକୁ ସିଲ କରାଯାଇ ସଂକ୍ରମଣକୁ ରୋକାଯାଇ ପାରିବ ବୋଲି କହିଛନ୍ତି। ଏହି ପରିପ୍ରେକ୍ଷୀରେ ୩ଟି(ଟେଷ୍ଟ, ଟ୍ରାକ ଓ ଟ୍ରିଟ) ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଏହି ତିନିଟି ଉପାୟରେ ହିଁ କରୋନା ସଂକ୍ରମଣକୁ ରୋକାଯାଇ ପାରିବ ବୋଲି ନୂତନ ଶ୍ରୀ ମିଶ୍ର କହିଛନ୍ତି।