ରାଜ୍ୟରେ ପୁଣି ୨୧୦ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଦିନକୁ ଦିନ ଭୟଙ୍କର ହେଉଛି କରୋନା ଭୂତାଣୁ। ଏହି ପରିପ୍ରେକ୍ଷୀରେ ଆଜି ଓଡ଼ିଶାରୁ ପୁଣି ୨୧୦ ଜଣ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ୯୬୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୭୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଓ ୩୬ ଜଣ ଲୋକାଲର ଅଛନ୍ତି। ଏମାନଙ୍କ ମଧ୍ୟରେ ଉଦ୍ଧାରକାରୀ ଦଳରୁ ୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏହି ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୫୮ ଜଣ, ଖୋର୍ଦ୍ଧାରୁ ୪୭ ଜଣ, ଗଜପତିରୁ ୨୯ ଜଣ, ବଲାଙ୍ଗିରରୁ ୧୧ ଜଣ, ଯାଜପୁର ଓ ପୁରୀରୁ ୮ ଜଣ ଲେଖାଏଁ, ମୟୂରଭଞ୍ଜ ଓ ଢ଼େଙ୍କାନାଳରୁ ୭ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୬ ଜଣ, କଟକ ଓ କେନ୍ଦୁଝରରୁ ୫ ଜଣ ଲେଖାଏଁ, କେନ୍ଦ୍ରାପଡ଼ା ଓ ନୟାଗଡ଼ରୁ ୩ ଜଣ ଲେଖାଏଁ, ନବରଙ୍ଗପୁର ଓ ବାଲେଶ୍ୱରରୁ ୨ ଜଣ ଲେଖାଏଁ ଓ ସମ୍ବଲପୁର, ଅନୁଗୁଳ ଓ ଦେବଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୨,୩୯.୮୧୫ଟି କରୋନା ଟେଷ୍ଟ କରାଯାଇଥିବା ବେଳେ ସେଥିରୁ ୫,୯୬୨ ପଜିଟିଭ ଆସିଛି। ସେଥିରୁ ୪,୧୨୩ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧,୮୧୫ ଜଣ ଚିକିତ୍ସାଧୀନ ଅଛନ୍ତି।