ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଯୋଗୁ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୮କୁ ବୃଦ୍ଧି ପାଇଛି। ମୃତକ ଜଣକ ଗଞ୍ଜାମ ଜିଲ୍ଲାର ୬୮ ବର୍ଷୀୟ ପୁରୁଷ ବୋଲି ଜଣାପଡ଼ିଛି। କରୋନା ବ୍ୟତୀତ ସେ ଉଚ୍ଚ ରକ୍ତଚାପ ଓ ମଧୁମେହରେ ପୀଡ଼ିତ ଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁସଂଖ୍ୟା ୧୮କୁ ବୃଦ୍ଧି ପାଇଥିବାବେଳେ ଗଞ୍ଜାମରୁ ସର୍ବାଧିକ ୯ଜଣ ରହିଛନ୍ତି। ସେହିପରି କଟକରୁ ୩, ଖୋର୍ଦ୍ଧାରୁ ୪, ପୁରୀ ଓ ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି।