ପୁଣି ରେକର୍ଡ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ଦେଶରେ ୧୯ ହଜାର ୯୦୬ ନୂଆ ଆକ୍ରାନ୍ତ, ୪୧୦ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ ପ୍ରତ୍ୟେକ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରେକର୍ଡ ଭାଙ୍ଗୁଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ସୂଚନା ଅନୁସାରେ ଆଜି ସକାଳ ସୁଦ୍ଧା ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୮୫୯ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ ୧୯ ହଜାର ୯୦୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଗୋଟିଏ ଦିନରେ କରୋନାରେ ୪୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧୬ ହଜାର ୯୫ରେ ପହଞ୍ଚିଛି। ବର୍ତ୍ତମାନ ଦେଶରେ ୨ ଲକ୍ଷ ୩ ହଜାର ୫୧ଟି ଆକ୍ଟିଭ ମାମଲା ରହିଥିବାବେଳେ ୩ ଲକ୍ଷ ୯ ହଜାର ୭୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।