ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ବିଦାୟୀକାଳୀନ ସମ୍ବର୍ଦ୍ଧନା

ରାମନାଗୁଡ଼ା,ଏନ୍ଏନ୍ଏସ୍: ରାୟଗଡ଼ା ଜିଲ୍ଲା ରାମନାଗୁଡ଼ା ବ୍ଲକର ଗୋଗୁପାଡୁ ପଞ୍ଚାୟତ ନିର୍ବାହୀ ଅଧିକାରୀ ବଂଶୀଧର ସେଠୀଙ୍କୁ ବିଦାୟୀକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ବ୍ଲକ ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ଏହି ବିଦାୟୀକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ରାମନାଗୁଡା ବିଡିଓ ବେଣୁଧର ଶବର, ପଞ୍ଚାୟତ ସମିତି ଅଧ୍ୟକ୍ଷା ରଜନୀ ମାଣ୍ଡାଙ୍ଗି, ସହକାରୀ ଯନ୍ତ୍ରୀ ଦୃର୍ଯ୍ୟଧନ ଜାନି, ଅବସରପ୍ରାପ୍ତ ପଞ୍ଚାୟତ ନିବାର୍ହୀ ଅଧିକାରୀ ବଂଶୀଧର ସେଠୀ ପ୍ରମୁଖ ମଞ୍ଚାସୀନ ଥିଲେ। ବ୍ଲକ ପ୍ରଶାସନ ପକ୍ଷରୁ ସମସ୍ତ କର୍ମଚାରୀଙ୍କ ସହଯୋଗରେ ଶ୍ରୀ ସେଠୀଙ୍କୁ ଉପଢୌକନ ସହ ମାନପତ୍ର ପ୍ରଦାନ କରାଯାଇଥିଲା।