ଦିନକରେ ଭାରତରେ ୨୦ ହଜାର ୯୦୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୩୭୯ ଜଣ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଭାରତରେ ପୁଣି ଥରେ ରେକର୍ଡ ଭାଙ୍ଗିଛି ମହାମାରୀ କରୋନା ଭୂତାଣୁ। ଆଜି ପୁଣି ଦେଶରେ ୨୦ ହଜାର ୯୦୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୨୫ ହଜାର ୫୪୪ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ୨୪ ଘଣ୍ଟାରେ କରୋନାରେ ୩୭୯ ଜଣଙ୍କ ମୃତ୍ୟୁ ହୋଇଛି। ଏପର୍ଯ୍ୟନ୍ତ ଭାରତରେ ମୋଟ ୧୮ ହଜାର ୨୧୩ ଜଣଙ୍କ ମୃତ୍ୟୁ ଘଟିଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଲକ୍ଷ ୭୯ ହଜାର ୮୯୨ ଜଣ ସୁସ୍ଥ ହୋଇଥିବା ବେଳେ ୨ ଲକ୍ଷ ୨୭ ହଜାର ୪୩୯ ସକ୍ରିୟ ଅଛନ୍ତି। ସକ୍ରିୟମାନେ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।