ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୨୦୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥସଂଖ୍ୟା ୫,୭୦୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ସୁସ୍ଥ ହୋଇଥିବା ୨୦୩ ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୩୮, ଖୋର୍ଦ୍ଧାରୁ ୩୭, ଗଜପତିରୁ ୧୯, କଟକ ଓ ଜଗତସିହଂପୁରରୁ ୧୮ ଲେଖାଏଁ, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ୧୨ ଲେଖାଏଁ, ଢେଙ୍କାନାଳରୁ ୧୦, ଯାଜପୁରରୁ ୮ ଓ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି। ସେହିପରି ମୟୁରଭଞ୍ଜରୁ ୬, ରାୟଗଡ଼ାରୁ ୫, ବାଲେଶ୍ୱର ଓ କନ୍ଧମାଳରୁ ୩, ପୁରୀରୁ ୨, ଦେଓଗଡ଼, ଝାରସୁଗୁଡ଼ା, ମାଲକାନଗିରି, କେଉଁଝର ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ୧୦୬କୁ ବୃଦ୍ଧି ପାଇଥିବାବେଳେ ୫,୭୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅନ୍ୟପଟେ ୨୯ଜଣଙ୍କର ମୃତ୍ୟୁ ଘଟିଛି ଓ ୨,୩୭୨ ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।